ଆଜି କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବଢୁଥିବା କରୋନା ଭୟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିବେ । ରାଜ୍ୟର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା କାଲି ଅପରାହ୍ନ ୪.୩୦ ରେ ମୁଖ୍ୟମନ୍ତ୍ରୀ କୋଭିଡ ସ୍ଥିତି ସମୀକ୍ଷା କରିବେ । ଏହି ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ସଚିବଙ୍କ ସହ ସ୍ୱାସ୍ଥ୍ୟ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।
