ବାଲେଶ୍ୱର ସାଂସଦଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୂବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବଗତ ହେଲି । ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
