ହୋଟେଲରେ ଅଗ୍ନିକାଣ୍ଡ, ୨ ଆହତ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
କଟକ : କଟକ ସବରେଜିଷ୍ଟ୍ରାର ଅଫିସ ନିକଟ ଏକ ହୋଟେଲରେ ଆଜି ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ସମୟରେ ଘଟିଛି ଅଗ୍ନିକାଣ୍ଡ । ଖବର ପାଇ ଦୁଇଟି ଦମକଳବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛନ୍ତି । ଘଟଣାରେ ୨ ଜଣ ଆହତ ହୋଇଛନ୍ତି । ଆହତ ଦ୍ୱୟଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଏସସିବି ମେଡ଼ିକାଲରେ ଭର୍ତି କରାଯାଇଛି । ହୋଟେଲରେ ଥିବା ଗ୍ୟାସ୍ ସିଲିଣ୍ଡର ଫାଟି ନିଆଁ ଲାଗିଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି । ସିଏମସି ମେୟର୍ ଓ ଜିଲ୍ଲାପାଳ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଅନ୍ୟପକ୍ଷରେ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।
