ଚାଷୀଙ୍କ ଅପେକ୍ଷାର ଅନ୍ତ ! ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିଲା । ଚାଷୀଙ୍କ ମନରେ ଭରିଗଲା ଖୁସି । ଓଡ଼ିଶା ଛୁଇଁଲା ଦକ୍ଷିଣ-ମୌସୁମୀ ବାୟୁ । ମୌସୁମୀ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି ।
ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ?️⛈️?️⛈️#Monsoon2022 #monsoon pic.twitter.com/Jsxy5Gc4d1
— Meteorological Centre, Bhubaneswar (@mcbbsr) June 16, 2022
ଗତ ୩ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ୍-ମୌସୁମୀ ବର୍ଷା ଲାଗି ରହିଥିଲା । ଏଥିସହ ମୌସୁମୀ ଆଗମନ ଯୋଗୁ ଆସ୍ତେ ଆସ୍ତେ ପାରଦ ଖସୁଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ଅନ୍ୟପଟେ ଆସନ୍ତା ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୩ ଦିନ ଭିତରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ହ୍ରାସ ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
