ଓଡିଶାରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ୍ ଭାରିଆଣ୍ଟ
ଭୁବନେଶ୍ୱର : ମହାମାରୀ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବଲାଙ୍ଗୀର ଜିଲ୍ଲାର ହୋଇଥିବା ନେଇ ସୂଚନା ମିଳିଛି । ସମ୍ବଲପୁର ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବଲାଙ୍ଗିର ସିଡିଏମଓ ଡ଼. ସ୍ନେହଲତା ସାହୁ ସୂଚନା ଦେଇଛନ୍ତି ।
ମୃତକ ଜଣଙ୍କ ବଲାଙ୍ଗୀର ଆଗଲପୁର ଅଞ୍ଚଳର ଜଣେ ମହିଳା ବୋଲି ଜଣାପଡିଛି । ଏହାପରେ ଏକ ଟିମ୍ ସଂପୃକ୍ତ ମୃତକଙ୍କ ଘରେ ପହଞ୍ଚି ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କର ଆରଟିପିସିଆର ଟେଷ୍ଟ କରିବା ସହ ତାଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରଖିଛି । ଗତ ୨୩ ତାରିଖରେ ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କଠାରେ କୋଭିଡ୍ ଲକ୍ଷଣ ଦେଖାଯିବା ପରେ ପରୀକ୍ଷା କରାଯାଇଥିଲା । ଏହାପରେ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଜେନେମ ସିକ୍ବେନ୍ସିଂ ପାଇଁ ତାଙ୍କ ନମୁନା ପଠାଯାଇଥିଲା
