ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ
ସମ୍ବଲପୁର : ହୀରାକୁଦ ଷ୍ଟେସନ ନିକଟରେ ଯାଉଥିବା ଏକ ସାମଗ୍ରୀ ବାହକ ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଏହି ଦୁର୍ଘଟଣା ଯୋଗୁଁ ଟ୍ରେନ ଚଳାଚଳରେ କୌଣସି ପ୍ରଭାବ ପଡ଼ିନାହିଁ ବୋଲି ସମ୍ବଲପୁର ଡିଭିଜନର ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନା ଯେ, ରବିବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ୧୦ଟା ସମୟରେ ମାଲବାହୀ ଟ୍ରେନଟି ସମ୍ବଲପୁରରୁ ବରଗଡ଼ ଆଡ଼କୁ ଅତିକ୍ରମ କରୁଥିବା ବେଳେ ଟ୍ରେନର ଏକ ବଗି ଲାଇନଚ୍ୟୁତ ହୋଇଥିଲା । ତେବେ ଏହି ଘଟଣାରେ ବିଶେଷ କ୍ଷୟକ୍ଷତି ହୋଇ ନଥିବା ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଖବର ପାଇବା ପରେ ଘଟଣାସ୍ଥଳରେ ଟେକନିକାଲ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି କରିଥିଲା ।
