ଆଜି ପବିତ୍ର ସୁନିଆ ଉତ୍ସବ, ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆରମ୍ଭ ହେବ ୧୪୩୧ ସାଲ
ନୂତନ ଅଙ୍କ ପାଇଁ ପ୍ରଚଳନ ହେବ ସ୍ୱର୍ଣ୍ଣ ମୁଦ୍ରା
ପୁରୀ : ଆଜି ପବିତ୍ର ସୁନିଆ ଉତ୍ସବ। ଗଜପତିଙ୍କ ଶ୍ରୀନହରରେ ସୁନିଆଁ ପର୍ବ ଅନୁଷ୍ଠିତ ହେବ। ଗଜପତି ମହାରାଜ ସିଂହାସନ ଆରୋହଣ କରିବା ପରେ ନୂତନ ଅଙ୍କ ବର୍ଷର ଘୋଷଣା କରିଥାନ୍ତି। ରାଜଗୁରୁ ଓ ଶାସନ ବ୍ରାହ୍ମଣ ମାନେ ଗଜପତିଙ୍କୁ ଆର୍ଶୀବାଦ ପ୍ରଦାନ କରିବା ସହ ଭେଟି ମଧ୍ୟ ପ୍ରଦାନ କରିବେ।
ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୧ ସାଲ । ଏହି ଅବସରରେ ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୬ ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ।
ସୁନିଆ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ, ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ । ଏହି ଅବସରରେ ଗଜପତି ମହାରାଜଙ୍କୁ ଷୋଳ ଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ଏବଂ ମଠ ମାନଙ୍କରୁ ଭେଟି ଅର୍ପଣ କରାଯାଇଥିଲା ।
