ଖୋଲିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ
- ବନ୍ଦ ରହିବ ବୋଟିଂ ଓ ବ୍ୟାଟେରି ଚାଳିତ ଗାଡି
ଭୁବନେଶ୍ୱର : କୋଭିଡ କଟକଣା ମଧ୍ୟରେ ମଙ୍ଗଳବାର ଠୁ ପର୍ଯ୍ୟଟକଙ୍କ ଲାଗି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଖୋଲିଛି । ପର୍ଯ୍ୟଟକ ଓ କର୍ମଚାରୀ ସମସ୍ତଙ୍କ ପାଇଁ ମାସ୍କ, ସାନିଟାଇଜର ବ୍ୟବହାର ସହିତ ସାମାଜିକ ଦୂରତା ରକ୍ଷା ବାଧ୍ୟତାମୂଳକ କରାଯାଇଛି । ଏଥକୁ ବୁଲି ଆସିବାକୁ ଚାହୁଁଥିବା ପର୍ଯ୍ୟଟକ କରୋନା କଟକଣା ନିୟମ ପାଳନ କରି ବୁଲିପାରିବେ। ଆଜି ସକାଳେ ଏଠାରେ ପର୍ଯ୍ୟଟକମାନଙ୍କ ଭିଡ଼ ପରିଲକ୍ଷିତ ହୋଇଛି । ତେବେ କୋରାନା କଟକଣା ମଧ୍ୟରେ ପର୍ଯ୍ୟଟକକୁ ସୀମିତ ସଂଖ୍ୟାରେ ପ୍ରବେଶ କରିବାକୁ ଅନୁମତି ମିଳିବ।
ସେହିପରି ଚିଡିଆଖାନା ଭିତରେ ବୁଲିବା ପାଇଁ ବ୍ୟାଟେରି ଚାଳିତ ଗାଡ଼ିକୁ ଅନୁମତି ମିଳିବ ନାହିଁ । ଏମିତିକି ବୋଟିଂ ପାଇଁ ମଧ୍ୟ ଅନୁମତି ଦିଆଯିବ ନାହିଁ । ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯିବ । ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ମାସର ଗାଇଡଲାଇନରେ ଅନୁମତି ଦେଇଛନ୍ତି । ମୁଖ୍ୟ ଗେଟରେ ଥର୍ମାଲ ସ୍କ୍ରିନିଂ, ସାନିଟାଇଜ ବାଧ୍ୟତାମୂଳକ କରାଯାଇଛି । ପର୍ଯ୍ୟଟକଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦ୍ୱରତ୍ୱ ରଖିବାକୁ ହେବ । ସେହିପରି ବଟାନିକାଲ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ମଧ୍ୟ କରୋନା କଟକଣା ମାନିବେ । ତେବେ ବର୍ତ୍ତମାନ ବଟାନିକାଲ ଗାର୍ଡେନରେ ବଣଭୋଜିକୁ ବନ୍ଦ ରଖାଯାଇଛି ।
