୧୯ରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବାର ସମ୍ଭାବନା ରହିଛି । ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବା ନେଇ ସୂଚନା ମିଳିଛି । ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସିବେ । ସେ ୨୦ ତାରିଖରେ ଫେରିଯିବେ । ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।
ପୁରୀ ଜିଲ୍ଲା ପ୍ରଶାସନ ପାଖରେ ଏନେଇ ଖବର ରହିଛି । ତେବେ ସରକାରୀ ଭାବେ ପୁରୀ ଜିଲା ପ୍ରଶାସନ ନିକଟରେ ଏନେଇ କିଛି ସୂଚନା ନାହିଁ । ଅର୍ଥାତ୍ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ପୁରୀ ଜିଲ୍ଲା ପ୍ରଶାସନ ପାଖକୁ ଏ ସମ୍ବନ୍ଧୀୟ କିଛି ଚିଠି ଆସି ନାହିଁ । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ପ୍ରଶାସନକୁ ଯୋଗାଯୋଗ କରାଗଲା ପରେ ଯାଇ ରାଷ୍ଟ୍ରପତିଙ୍କ ଗସ୍ତ ସଂପର୍କରେ ସବିଶେଷ ସୂଚନା ମିଳିପାରିବ ବୋଲି କୁହାଯାଉଛି । ତେବେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ । ସୂଚନା ଅନୁଯାୟୀ, ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସିବେ । ସେ ୨୦ ତାରିଖରେ ଫେରିଯିବେ । ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।
