ରାଜ୍ୟରେ ଖସୁଛି ସଂକ୍ରମଣ, ଆଉ ୪୩ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଶେଷ ପର୍ୟ୍ୟାୟରେ କରୋନା ସଂକ୍ରମଣ । ଫଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୬ ଜଣ ଚିହ୍ନଟ ହୋଇଥିବାବେଳେ ୧୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହି ସଂକ୍ରମିତଙ୍କ ମଧ୍ୟରେ ୧୩ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର କିଶୋର । ଏହାକୁ ମିଶାଇ ରାଜ୍ୟରେ ମୋଟ କୋଭିଡ୍ ମାମଲା ୧୨,୮୭,୪୨୧ କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୨,୭୭,୮୧୯ ଜଣ ସୁସ୍ଥ ହୋଇଥିବାବେଳେ ୪୩୧ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ୩ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ୨ଜଣ, କଟକରୁ ଜଣେ, ଗଜପତିରୁ ୬ଜଣ, ଗଞ୍ଜାମରୁ ୨ଜଣ, ଯାଜପୁରରୁ ୩ଜଣ, ଝାରସୁଗୁଡ଼ାରୁ ୨ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୭ଜଣ, ଖୋର୍ଦ୍ଧାରୁ ୫ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ଜଣେ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୪ଜଣ ଓ ରାଜ୍ୟ ପୁଲ୍ରୁ ଜଣେ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୮୧୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୪୫୧୦୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
