ସତର୍କ କରାଇଲା ପାଣିପାଗ ବିଭାଗ, ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
New Delhi: Vehicles ply on a road amid rainfall, in New Delhi ,on Saturday, August 05, 2023.(IANS/Anupam Gautam)
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି । ଏଭଳି ସ୍ଥିତି ଆହୁରି ତିନି ଦିନ ଧରି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ଥିବା ବେଳେ ଅନ୍ୟପଟେ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବେ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୨୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି। କଟକ , ଭୁବନେଶ୍ବର ସମେତ ଗଞ୍ଜାମ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ ଓ ଖୋଦ୍ଧା ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
ସାଧାରଣତଃ ଅଗଷ୍ଟ ମାସରେ ମୌସୁମୀ ସକ୍ରିୟ ରହିବା ଯୋଗୁଁ ସର୍ବୋଚ୍ଚ ତାପମାତ୍ରା ୩୨ରୁ ୩୫ ଡିଗ୍ରୀ ଭିତରେ ରହିଥାଏ । ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି । ମୌସୁମୀ ବାୟୁ ପ୍ରଭାବରେ ବର୍ଷା ହେବା ଦ୍ବାରା ଅଗଷ୍ଟ ମାସରେ ତାପମାତ୍ରା ହ୍ରାସ ପାଇଥାଏ । ତେଣୁ ଏହି ମାସରେ କମ୍ ଗରମ ଅନୁଭୂତ ହୋଇଥାଏ । ମୌସୁମୀ ସମୟରେ ବାୟୁରେ ଆର୍ଦ୍ରତା ରହୁଥିବାରୁ ଜଳୀୟ ବାଷ୍ପ ଅଧିକ ରହିଥାଏ । ତେଣୁ ଅସ୍ବାଭାବିକ ସ୍ଥିତି ଅନୁଭୂତ ହୁଏ । କେବଳ ଓଡ଼ିଶା ନୁହେଁ, ବର୍ତ୍ତମାନ ସାରା ଦେଶରେ ମୌସୁମୀ ନିଷ୍କ୍ରିୟ ରହିଛି। ଓଡ଼ିଶାକୁ ପଶ୍ଚିମା ପବନ ପ୍ରବାହିତ ହେଉଥିବାରୁ ଗରମ ଅନୁଭୂତ ହେଉଛି। ଅନ୍ୟପଟେ ସାମୁଦ୍ରିକ ପବନ ଆସୁନ ଥିବାରୁ ତାପମାତ୍ରା ମଧ୍ୟ ହ୍ରାସ ହେଉନାହିଁ।
ପ୍ରକାଶ ଥାଉ କି, ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୭୪୩.୮ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ୮୨୨.୯ ମିମି ତୁଳନାରେ ୧୦ ପ୍ରତିଶତ କମ। ଗୋଟିଏ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୧ଟି ଜିଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।
