ରାଜ୍ୟରେ ଆଉ ୧୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ ସାଇନ୍େସସ୍ (ଆଇଏଲ୍ଏସ୍) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇସାରିଛନ୍ତି । ନୂଆ କରି ଚିହ୍ନଟ ୧୪ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ କେତେ ଜଣେ ବାହାରୁ ଆସିଥିଲେ କି ସମସ୍ତେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି, ତାହା ଜଣାପଡ଼ି ନାହିଁ ।
ଦେଶରେ ମଧ୍ୟ ଧୀରେ ଧୀରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଦେଶରେ ୩୦୭୧ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଓଡ଼ିଶାରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି । ଗତ ୨୪ ଘଂଟାରେ ରାଜ୍ୟରେ ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ଅଛନ୍ତି ।
