ଆଜି ଅପରାହ୍ନରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ରାଜ୍ୟରେ ଏବେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଏବେ ୫ ହଜାର ମୁହଁ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ ସ୍ଥିତର ପରୀକ୍ଷା କରିବେ । ଅପରାହ୍ନ ସାଢେ ୫ଟାରେ କୋଭିଡ ସ୍ଥିତିର ପରୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଆରକେ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।
ସୂଚନା ଯେ, ଗତ ରବିବାର ୪୭୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ , ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଖୋର୍ଦ୍ଧା, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ସ୍ଥିତି ଉଦବେଗଜନକ ଥିବା ଜଣାଯାଇଛି।
