ରାଜ୍ୟରେ ଆଉ ୧,୮୩୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୮୩୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୬୨ ଓ ସ୍ଥାନୀୟ ଅଞ୍ଚଳରୁ ୭୭୧ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୬୭ହଜାର ୫୪୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୭୭ ଜଣ ଥିବାବେଳେ ଅନୁଗୁଳରୁ ୭୭ ଜଣ, ବାଲେଶ୍ୱରରୁ ୧୨୯ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୮୯ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୪୩ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୧୩ ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୬୧ ଜଣ, ଯାଜପୁରରୁ ୧୧୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୮୭ ଜଣ, କେନ୍ଦୁଝରରୁ ୨୪ ଜଣ, ଖୋର୍ଦ୍ଧାରୁ ୪୯୦ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୧୯ ଜଣ, ମୟୁରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୮ ଜଣ, ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୭ ଓ ରାଜ୍ୟ ପୁଲରୁ ୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯ଲକ୍ଷ ୬୭ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯ଲକ୍ଷ ୪୩ହଜାର ୦୬୯ ଜଣ ସୁସ୍ଥ ହୋଇଥିବା ବେଳେ ୧୮ହଜାର ୯୧୪ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
