ଆଜିଠୁ ୟୁଟ୍ୟୁବରେ ପାଠପଢିବେ ଯୁକ୍ତ୨ ଛାତ୍ରଛାତ୍ରୀ
ଭୁବନେଶ୍ୱର : ଆଜିଠୁ ଅନଲାଇନ୍ ମୋଡ (ୟୁଟ୍ୟୁବ)ରେ ପାଠପଢିବେ ଯୁକ୍ତ୨ ଛାତ୍ରଛାତ୍ରୀ। ୟୁଟ୍ୟୁବରେ ଶିକ୍ଷାଗ୍ରହଣ କରିବେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପିଲା। ପ୍ରାଥମିକ, ମାଧ୍ୟମିକ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଛାତ୍ରଛାତ୍ରୀଙ୍କୁ ୟୁଟ୍ୟୁବରେ ପଦହେବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଏନେଇ ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଥିଲେ।
ପୂର୍ବରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁ ଟ୍ୟୁବରେ ପାଠ ପଢାଯାଉଛି। ଏଥିରେ ସଫଳତା ପରେ ଯୁକ୍ତ୨ ପିଲାଙ୍କ ପ୍ରତି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଯେଉଁମାନେ କରୋନା ପାଇଁ କ୍ଲାସ କରିପାରୁ ନାହାନ୍ତି, ସେମାନେ ଘରେ ରହି ୟୁଟ୍ୟୁବରେ ସମସ୍ତ ସିଲାବସ ପଢ଼ିପାରିବେ। ଯାହା ଫଳରେ ଛାତ୍ରଛାତ୍ରୀ ମାନେ ଅଧିକ ଉପକୃତ ହୋଇପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ଅଭିଭାବକଙ୍କ ଅନୁମତି ଆଣି ସ୍କୁଲକୁ ଆସୁଛନ୍ତି ଛାତ୍ରଛାତ୍ରୀ। ଯେଉଁ ଅଭିଭାବକ ଅନୁମତି ଦେଉ ନାହାନ୍ତି, ସେମାନଙ୍କ ପିଲାମାନେ ୟୁ ଟୁବରେ ପାଠ ପଢୁଛନ୍ତି ।
