ଭୁୁବନେଶ୍ୱର : ୧୪୭ ପଜିଟିଭ୍ ଓ ୨୦୦ ସୁସ୍ଥ
ଭୁୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ସୋମବାର ଦିନ ଆଉ ୧୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୨୪ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୧୨୩ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୨୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ଲୋକାଲ ମାମଲା ମଧ୍ୟରୁ ଓଲ୍ଡଟାଉନ୍ ରୁ ସର୍ବାଧିକ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନିଳାଦ୍ରୀବିହାରରୁ ୮ ଜଣ, ନୟାପଲ୍ଲୀ ଓ ଚନ୍ଦ୍ରଶେଖରପୁରରୁ ୭ ଜଣ ଲେଖାଏଁ, ଖଣ୍ଡଗିରି ଓଭିଏସଏସ୍ ନଗରରୁ ୫ ଜଣ ଲେଖାଏଁ , ଡମଣା ଓ କଳିଙ୍ଗବିହାରରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ବିଏମସିର ସୂଚନା ଅନୁଯାୟୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧୦୩୬କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥଙ୍କ ସଂଖ୍ୟା ୧୦୬୩୧୮ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଏବେ ୩୬୮୩ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୧୦୧୪ କୁ ବୃଦ୍ଧି ପାଇଛି ।
