ଭୁୁବନେଶ୍ୱର : ୧୮୬ ପଜିଟିଭ୍ ଓ ୧୫୨ ସୁସ୍ଥ
ଭୁୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ବୁଧବାର ଦିନ ଆଉ ୧୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୩୮ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୧୪୮ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୫୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ଲୋକାଲ ମାମଲା ମଧ୍ୟରୁ ଚନ୍ଦ୍ରଶେଖରପୁରରୁ ସର୍ବାଧିକ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖଣ୍ଡଗିରିରୁ ୧୩ ଜଣ, ନୟାପଲ୍ଲୀ ଓ ମେଂଚଶ୍ୱରରୁ ୮ ଜଣ ଲେଖାଏଁ, ପଟିଆରୁ ୭ ଜଣ, ରସୁଲଗଡରୁ ୬ ଜଣ, ଶୈଳଶ୍ରୀବିହାର, ଭୀମଟାଙ୍ଗୀ, ବଡଗଡ ଓ ସାମନ୍ତରାପୁରରୁ ୫ ଜଣ ଲେଖାଏଁ ,ଭିଏସଏସନଗର , ପାତ୍ରପଡା ଓ ନିଳାଦ୍ରୀବିହାରରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ବିଏମସିର ସୂଚନା ଅନୁଯାୟୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧୩୫୯ କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥଙ୍କ ସଂଖ୍ୟା ୧୦୬୬୮୭ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଏବେ ୩୬୦୪ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୧୦୧୪ କୁ ବୃଦ୍ଧି ପାଇଛି ।
