ଭୁବନେଶ୍ୱର : ୨୧୬ ପଜିଟିଭ୍ ଓ ୧୬୬ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ଶନିବାର ଦିନ ଆଉ ୨୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୬୩ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୧୫୩ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୬୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ବିଏମସିର ସୂଚନା ଅନୁଯାୟୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୪୪୬୭ କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥଙ୍କ ସଂଖ୍ୟା ୧୦୯୮୨୨ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଏବେ ୩୫୯୬ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୧୦୨୮ କୁ ବୃଦ୍ଧି ପାଇଛି ।
