ଭୁବନେଶ୍ୱର : ୧୬୮ ପଜିଟିଭ୍ ଓ ୧୮୫ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱରରେ କରୋନାର ଦୈନିକ ସଂକ୍ରମଣ ଆଜି ୨୦୦ ତଳକୁ ଖସିଛି । ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ସୋମବାର ଦିନ ଆଉ ୧୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୩୫ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୧୩୩ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୮୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ବିଏମସିର ସୂଚନା ଅନୁଯାୟୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୬୮୦ କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥଙ୍କ ସଂଖ୍ୟା ୧୦୧୨୬୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଏବେ ୩୪୦୮ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୯୮୭ କୁ ବୃଦ୍ଧି ପାଇଛି ।
