ଭୁବନେଶ୍ୱର : ୯୬ ପଜିଟିଭ୍ ଓ ୧୨୮ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଂଚଳରୁ ଗୁରୁବାର ଦିନ ଆଉ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଂଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୭ ଜଣ ଲୋକାଲ ମାମଲା ରହିଛନ୍ତି । ସେହିପରି ଗତ ୨୪ ଘଂଟାରେ ଆଉ ୧୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବିଏମସି ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ଏଥିସହ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୮୯୮ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ୧୧୮୩୮୬ ଜଣ ସୁସ୍ଥ ହୋଇଥିବା ବେଳେ ୧୪୦୭ ସକ୍ରିୟ ମାମଲା ରହିଛି । ସେହିପରି ମୃତକଙ୍କ ସଂଖ୍ୟା ୧୦୮୪ ରହିଛି ।
