ରାଜ୍ୟରେ ଆଉ ୫୯୩ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୮୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଅଗଷ୍ଟରେ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୨୨ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୦ ଜଣ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୯ହଜାର ୪୧୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ରୁ ଜଣେ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୮୪ଜଣ, ଦେଓଗଡ଼ରୁ ୨ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୨୨ଜଣ, ଯାଜପୁରରୁ ୧୪ଜଣ, କଳାହାଣ୍ଡିରୁ ୫ଜଣ, କନ୍ଧମାଳରୁ ଜଣ, କେନ୍ଦ୍ରାପଡ଼ାରୁ ୯ଜଣ, ଖୋର୍ଦ୍ଧାରୁ ୨୯୦ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୨୭ଜଣ, ନୟାଗଡ଼ରୁ ୪ଜଣ, ପୁରୀରୁ ୨୩ଜଣ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ଜଣ ଓ ରାଜ୍ୟ ପୁଲରୁ ୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୯,୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୧୬,୧୬୫ ଜଣ ସୁସ୍ଥ ହୋଇଥିବା ବେଳେ ୪,୯୬୭ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୦୩,୬୬,୯୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
