ଦେଶରେ ଆଉ ୪୨,୭୬୬ କରୋନା ସଂକ୍ରମିତ ଚିହ୍ନଟ ଓ ୪୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । ଦେଶରେ କରୋନାରୁ ଆରୋଗ୍ୟ ହାର ୯୭.୪୫% ରହିଛି। ସେହିଭଳି ଦୈନିକ ସଂକ୍ରମଣ ହାର ୨.୭୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୬୬% ରହିଥିବା ଜଣାଯାଇଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଦେଶରେ ୫୨.୬୫ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଏଥିସହିତ ମୋଟ ୬୭.୦୯ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି।
ରବିବାର ଗତ ୨୪ଘଣ୍ଟାରେ ୪୨ହଜାର ୭୬୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୮ହଜାର ୦୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୯ଲକ୍ଷ ୮୮ହଜାର ୬୭୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୦ହଜାର ୫୩୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୧ଲକ୍ଷ ୩୮ହଜାର ୦୯୨ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୧୦ହଜାର ୦୪୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୮,୪୬,୬୯,୫୨୧ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୪ ତାରିଖ ସୁଦ୍ଧା ସମୁଦାୟ ୫୩,୦୦,୫୮,୨୧୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୪୭,୪୭୬ଟି ନମୁନା।
