ଦେଶରେ ଆଉ ୩୮,୯୪୮ କରୋନା ସଂକ୍ରମିତ ଚିହ୍ନଟ ଓ ୨୧୯ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।
ସୋମବାର ଗତ ୨୪ଘଣ୍ଟାରେ ୩୮ହଜାର ୯୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୩ହଜାର ୯୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୦ଲକ୍ଷ ୨୭ହଜାର ୬୨୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୦ହଜାର ୭୭୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୧ଲକ୍ଷ ୮୧ହଜାର ୯୯୫ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୦୪ହଜାର ୮୭୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୮,୭୫,୪୧,୬୭୨ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ସେହିପରି ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୫ତାରିଖ ସୁଦ୍ଧା ସମୁଦାୟ ୫୩,୧୪,୬୮,୮୬୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୧୦,୬୪୯ଟି ନମୁନା।
