ଦେଶରେ ଆଉ ୩୭,୮୭୫ କରୋନା ସଂକ୍ରମିତ ଚିହ୍ନଟ ଓ ୩୬୯ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩ ଶହରୁ ଅଧିକ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।
ବୁଧବାର ଗତ ୨୪ଘଣ୍ଟାରେ ୩୭ହଜାର ୮୭୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୬୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୯ହଜାର ୧୧୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୦ଲକ୍ଷ ୯୬ହଜାର ୭୧୮କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୧ହଜାର ୪୧୧ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୨ଲକ୍ଷ ୬୪ହଜାର ୦୫୧ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୯୧ହଜାର ୨୫୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୦,୭୫,୪୩,୦୧୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ୭୮,୪୭,୬୨୫ଜଣଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୭ ତାରିଖ ସୁଦ୍ଧା ସମୁଦାୟ ୫୩,୪୯,୪୩,୦୯୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୫୩,୭୪୫ଟି ନମୁନା।
