ଦେଶରେ ଆଉ ୩୧,୯୨୩ କରୋନା ସଂକ୍ରମିତ ଚିହ୍ନଟ ଓ ୨୮୨ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି।
ଗୁରୁବାର ଗତ ୨୪ଘଣ୍ଟାରେ ୩୧ହଜାର ୯୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୧୪ହଜାର ୯୯୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୫ଲକ୍ଷ ୬୩ହଜାର ୪୨୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୬ହଜାର ୦୫୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୮ଲକ୍ଷ ୧୫ହଜାର ୭୩୧ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୦୧ହଜାର ୬୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ଗତ ୧୮୭ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୩,୩୯,୯୦,୦୪୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭୧,୩୮,୨୦୫ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା ସମୁଦାୟ ୫୫,୮୩,୬୭,୦୧୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୭,୪୪୩ଟି ନମୁନା।
