ଦେଶରେ ଆଉ ୨୮,୩୨୬ କରୋନା ସଂକ୍ରମିତ ଚିହ୍ନଟ ଓ ୨୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୨୦୦ ଟପିଛି । ଦେଶରେ ଦୈନିକ ସଂକ୍ରମଣ ହାର ୧.୯୦% ଓ ସାପ୍ତାହିକ ସଂକ୍ରମଣ ହାର ୧.୯୮% ରହିଛି। ଏପର୍ଯ୍ୟନ୍ତ କରୋନରୁ ମୋଟ ୩,୨୯,୦୨,୩୫୧ ଜଣ ସୁସ୍ଥ ହୋଇସାରିଛନ୍ତି। ଆରୋଗ୍ୟ ହାର ସଂପ୍ରତି ୯୭.୭୭% ରହିଛି।
ରବିବାର ଗତ ୨୪ଘଣ୍ଟାରେ ୨୮ହଜାର ୩୨୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୨୬ହଜାର ୦୩୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୬ଲକ୍ଷ ୫୨ହଜାର ୭୪୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୬ହଜାର ୯୧୮ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୯ଲକ୍ଷ ୦୨ହଜାର ୩୫୧ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୦୩ହଜାର ୪୭୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୫,୬୦,୮୧,୫୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୮,୪୨,୭୮୬ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୪ ତାରିଖ ସୁଦ୍ଧା ସମୁଦାୟ ୫୬,୩୨,୪୩,୨୪୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୮୮,୯୪୫ଟି ନମୁନା।
