ଦେଶରେ ଆଉ ୨୬,୭୨୭ କରୋନା ସଂକ୍ରମିତ ଚିହ୍ନଟ ଓ ୨୭୭ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୨୦୦ ଟପିଛି ।
ଶୁକ୍ରବାର ଗତ ୨୪ଘଣ୍ଟାରେ ୨୬ହଜାର ୭୨୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୨୮ହଜାର ୨୪୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୭ଲକ୍ଷ ୬୬ହଜାର ୭୦୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୮ହଜାର ୩୩୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୦ଲକ୍ଷ ୪୩ହଜାର ୧୪୪ଜଣ ସୁସ୍ଥ ହୋଇଥିବା ବେଳେ ୨ଲକ୍ଷ ୭୫ହଜାର ୨୨୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୯,୦୨,୦୮,୦୦୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୪,୪୦,୪୫୧ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ସମୁଦାୟ ୫୭,୦୪,୭୭,୩୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୦,୮୯୯ଟି ନମୁନା।
