ଦେଶରେ ଆଉ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ଓ ୨୩୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ରୁ ଅଧିକ ରହିଛି। ଦୈନିକ ସଂକ୍ରମଣ ହାର ୧.୩୭% ଓ ସାପ୍ତାହିକ ସଂକ୍ରମଣ ହାର ୧.୩୭% ରହିଛି । ଏଥିସହିତ ଆରୋଗ୍ୟ ହାର ୯୮.୧୨% ହୋଇଛି, ଯାହା ୨୦୨୦ ମାର୍ଚ୍ଚ ପରବର୍ତ୍ତୀ ସମୟରେ ସର୍ବାଧିକ ।
ସୋମବାର ଗତ ୨୪ଘଣ୍ଟାରେ ୧୩ହଜାର ୫୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୦ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୯ହଜାର ୫୮୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୦ଲକ୍ଷ ୮୧ହଜାର ୩୧୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୨ହଜାର ୨୯୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୪ଲକ୍ଷ ୩୯ହଜାର ୩୩୧ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୮୯ହଜାର ୬୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୭,୭୯,୪୭,୭୮୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨,୦୫,୧୬୨ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୧୭ ତାରିଖ ସୁଦ୍ଧା ସମୁଦାୟ ୫୯,୧୯,୨୪, ୮୭୪ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୯,୮୯,୪୯୩।
