ଦେଶରେ ଆଉ ୧୩,୦୫୮ କରୋନା ସଂକ୍ରମିତ ଚିହ୍ନଟ ଓ ୧୬୪ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨ ଶହରୁ କମ୍ ରହିଛି । ଦୈନିକ ସଂକ୍ରମଣ ହାର ୧.୩୭% ଓ ସାପ୍ତାହିକ ସଂକ୍ରମଣ ହାର ୧.୩୭% ରହିଛି । ଏଥିସହିତ ଆରୋଗ୍ୟ ହାର ୯୮.୧୨% ହୋଇଛି, ଯାହା ୨୦୨୦ ମାର୍ଚ୍ଚ ପରବର୍ତ୍ତୀ ସମୟରେ ସର୍ବାଧିକ ।
ମଙ୍ଗଳବାର ଗତ ୨୪ଘଣ୍ଟାରେ ୧୩ହଜାର ୦୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୪ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୯ହଜାର ୪୭୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୦ଲକ୍ଷ ୯୪ହଜାର ୩୭୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୨ହଜାର ୪୫୪ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୪ଲକ୍ଷ ୫୮ହଜାର ୮୦୧ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୮୩ହଜାର ୧୧୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୮,୬୭,୬୯,୪୧୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
