ଦେଶରେ ଆଉ ୧୨,୪୨୮ କରୋନା ସଂକ୍ରମିତ ଚିହ୍ନଟ ଓ ୩୫୬ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ସହିତ ମୃତ୍ୟୁସଂଖ୍ୟାରେ ହଠାତ ବଡଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି । ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୧୫ ହଜାରରୁ କାମ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ରୁ ଅଧିକ ଅଛି। ୨୩୮ଦିନ ପରେ ଚିହ୍ନଟ ହେଲେ ସବୁଠୁ କମ କରୋନା ଆକ୍ରାନ୍ତ। ଦୈନିକ ସଂକ୍ରମଣ ହାର ୧.୧% ଏବଂ ସାପ୍ତାହିକ ହାର ୧.୨୪% ରହିଛି । କରୋନାରୁ ଆରୋଗ୍ୟ ହାର ୯୮.୧୯% ରହିଛି, ଯାହା ୨୦୨୦ ମାର୍ଚ୍ଚ ପରବର୍ତ୍ତୀ ସମୟରେ ସର୍ବାଧିକ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ମଙ୍ଗଳବାର ଗତ ୨୪ଘଣ୍ଟାରେ ୧୨ହଜାର ୪୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୬ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୫ହଜାର ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୨ଲକ୍ଷ ୦୨ହଜାର ୨୦୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୫ହଜାର ୦୬୮ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୫ଲକ୍ଷ ୮୩ହଜାର ୩୧୮ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୬୩ହଜାର ୮୧୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ୨୩୮ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୨,୯୪,୦୧,୧୧୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୬୪,୭୫,୭୩୩ ଡୋଜ୍ ଟିକା। ସେହିପରି ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୪ ତାରିଖ ସୁଦ୍ଧା ସମୁଦାୟ ୬୦,୧୯,୦୧,୫୪୩ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୧,୩୧,୮୨୬ଟି ନମୁନା।
