କୋରୋନା ମାମଲାରେ ହ୍ରାସ : ଦେଶରେ ଆଉ ୯,୧୧୯ କରୋନା ସଂକ୍ରମିତ ଚିହ୍ନଟ ଓ ୩୯୬ ମୃତ
ନୂଆଦିଲ୍ଲୀ : ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗିରହିଛି । ସେହିପରି ଦେଶରେ ମୃତ୍ୟୁ ମାମଲାରେ ସମାନ ସ୍ଥିତି ଦେଖାଯାଉଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୧୧୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯୬ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୨୬୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୫୪୧ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୪,୨୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୧୩ ହଜାର ୯୫୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୮,୩୫୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୩୭୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୨୩,୬୫୮ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୫୧,୩୦୨ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୫ ଲକ୍ଷ ୪୪ ହଜାର ୮୮୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୯ ଲକ୍ଷ ୬୭ ହଜାର ୯୬୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୯ ହଜାର ୯୪୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୬ ହଜାର ୯୮୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୨୪ ପର୍ଯ୍ୟନ୍ତ ସାରା ଦେଶରେ ୧୧୯ କୋଟି ୩୮ ଲକ୍ଷ ୪୪ ହଜାର ୭୪୧ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦ ଲକ୍ଷ ୨୭ ହଜାର ୬୩୮ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୩ କୋଟି ୫୯ ଲକ୍ଷ ୨୪ ହଜାର ୭୬୩ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୫୦ ହଜାର ୫୩୮ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
