ଦେଶରେ ଆଉ ୭,୯୯୨ କରୋନା ସଂକ୍ରମିତ ଚିହ୍ନଟ ଓ ୩୯୩ ମୃତ
ନୂଆଦିଲ୍ଲୀ : ଦେଶରେ କୋରୋନା ସଙ୍କଟ ଜାରି ରହିଛି । ଶନିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୯୯୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯୩ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୨୬୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୬୬୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶୁକ୍ରବାର ୩,୯୭୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୮୭ ହଜାର ୦୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୩୩ ଓ ପୁରୁଣା ରେକର୍ଡ ଅନୁଯାୟୀ ୩୦୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୨,୫୭୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୮୩୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୦୪,୪୫୬ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୩୯,୩୪୧ କୋରୋନାର ସକ୍ରିୟ ମାମଲା ରହିଛି । ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୮୨ ହଜାର ୭୩୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୧ ଲକ୍ଷ ୧୪ ହଜାର ୩୩୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୩ ହଜାର ୨୭୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୫ ହଜାର ୧୨୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୧୦ ପର୍ଯ୍ୟନ୍ତ ସାରା ଦେଶରେ ୧୩୧ କୋଟି ୯୯ ଲକ୍ଷ ୯୨ ହଜାର ୪୮୨ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୬ ଲକ୍ଷ ୩୬ ହଜାର ୫୬୯ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୫ କୋଟି ୪୬ ଲକ୍ଷ ୨୭ ହଜାର ୩୦୦ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୫୦ ହଜାର ୬୭୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
