ଦେଶରେ ଦୁଇଗୁଣା ହେଲା ସଂକ୍ରମଣ! ଆଉ ୧୬,୭୬୪ କରୋନା ସଂକ୍ରମିତ ଚିହ୍ନଟ ଓ ୨୨୦ ମୃତ
ନୂଆଦିଲ୍ଲୀ : ଦେଶରେ କୋରୋନା ସଙ୍କଟ ବଢ଼ିବାରେ ଲାଗିଛି । ଦେଶରେ କୋରୋନା ମାମଲାରେ ହଠାତ୍ ବଡ଼ ଧରଣର ବୃଦ୍ଧି ଘଟିଛି । ଏହାସହ ଲଗାତର ଓମିକ୍ରନର ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୧୨୭୦ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେପଟେ ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୭୬୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨୦ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୮,୯୫୯ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୬୬ ହଜାର ୩୬୩ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୧ ହଜାର ୩୬୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮1 ହଜାର ୮୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେହିପରି ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୩୦ ପର୍ଯ୍ୟନ୍ତ ସାରା ଦେଶରେ ୧୪୪ କୋଟି ୫୪ ଲକ୍ଷ ୧୬ ହଜାର ୭୧୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬ ଲକ୍ଷ ୬୫ ହଜାର ୨୯୦ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୭ କୋଟି ୭୮ ଲକ୍ଷ ୭୮ ହଜାର ୨୫୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୫୦ ହଜାର ୮୩୭ କୋରୋନା ନମୁନା ପରୀକ୍ଷା କରାଯାଇଛି ।
