ପୁଣି କରୋନା ମାମଲାରେ ବୃଦ୍ଧି ! ଦିନକରେ ୧ଲକ୍ଷ ୭୨ହଜାର ୪୩୩ ସଂକ୍ରମିତ ଓ ୧୦୦୮ ମୃତ
ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁ ସଙ୍କଟ ଜାରି ରହିଛି । ଦେଶରେ କରୋନା ମାମଲାରେ ବୃଦ୍ଧି ସହ ମୃତ୍ୟୁ ମାମଲାରେ ବୃଦ୍ଧି ରେକର୍ଡ କରାଯାଉଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୭୨ହଜାର ୪୩୩ ନୂତନ କରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦୦୮ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୯,୧୦୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୮୭,୬୮୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି । ଗତକାଲି ତୁଳନାରେ ଆଜି ୬.୮ ପ୍ରତିଶତ ଅଧିକ ମାମଲା ସାମ୍ନାକୁ ଆସିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୧୮ ଲକ୍ଷ ୩ ହଜାର ୩୧୩ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୯୭ ଲକ୍ଷ ୭୦ ହଜାର ୪୧୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୫ ଲକ୍ଷ ୩୩ ହଜାର ୯୨୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୯୮ ହଜାର ୯୮୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଫେବୃଆରୀ ୨ ପର୍ଯ୍ୟନ୍ତ ସାରା ଦେଶରେ ୧୬୭ କୋଟି ୮୭ ଲକ୍ଷ ୯୩ ହଜାର ୧୩୭ କରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୭ ଲକ୍ଷ ୪୨ ହଜାର ୬୫୯ କରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୩ କୋଟି ୪୧ ଲକ୍ଷ ୯୨ ହଜାର ୬୧୪ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଲକ୍ଷ ୬୯ ହଜାର ୪୪୯ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୧୦ ପ୍ରତିଶତରୁ ଅଧିକ ରହିଛି ।
