ଦେଶରେ ଆଉ ୨,୫୦୩ କରୋନା ସଂକ୍ରମିତ ଓ ୨୭ ମୃତ
ନୂଆଦିଲ୍ଲୀ : ଦେଶରେ କମୁଛି କରୋନା ସଂକ୍ରମଣ। ମାତ୍ର ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶହେ ତଳେ ରହିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୦୩ କରୋନା ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୯୩,୪୯୪ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୫,୮୭୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪,୩୭୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୪୧,୪୪୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୬୧୬୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୧୯,୪୫,୭୭୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତ ରବିବାର ସୁଦ୍ଧା ସମୁଦାୟ ୭୭,୯୦,୫୨,୩୮୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୫,୩୨,୨୩୨ଟି ନମୁନା।
