ଦେଶରେ ଆଉ ୨,୦୬୭ କରୋନା ସଂକ୍ରମିତ ଓ ୪୦ ମୃତ
ନୂଆଦିଲ୍ଲୀ : ଦେଶରେ ପୁଣି ଥରେ ବଢୁଛି କରୋନା । କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି । ବୁଧବାର ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ମଙ୍ଗଳବାର ଠାରୁ ୬୬% ବୃଦ୍ଧିପାଇଛି। ଗତକାଲି ନୂଆ ସଂକ୍ରମଣ ସଂଖ୍ୟା ୧,୨୪୭ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଥିଲା। ସେହିପରି ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୨,୦୬୭ ମାମଲା ପଞ୍ଜିକୃତ ହୋଇ ଥିବା ବେଳେ ୪୦ ମୃତ୍ୟୁ ରେକର୍ଡ ହୋଇଥିବାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶି ପାଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୦୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୭,୫୯୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୦୦୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୩,୨୪୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨୩୪୦। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୯୦,୫୬,୬୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୨୯,୨୭,୯୩୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୨୧,୧୮୩ଟି ନମୁନା।
