ଦେଶରେ ଆଉ ୪୬,୭୫୯ କରୋନା ସଂକ୍ରମିତ ଚିହ୍ନଟ ଓ ୫୦୯ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଶହରୁ ଅଧିକ ମୃତ୍ୟୁ ହୋଇଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୧,୨୯,୮୯,୧୩୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୭ ତାରିଖ ସୁଦ୍ଧା ସମୁଦାୟ ୫୧,୬୮,୮୭,୬୦୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୬୧,୧୧୦ଟି ନମୁନା।
India reports 46,759 new #COVID19 cases, 31,374 recoveries and 509 deaths in the last 24 hrs, as per Health Ministry.
— ANI (@ANI) August 28, 2021
Total cases: 3,26,49,947
Total recoveries: 3,18,52,802
Active cases: 3,59,775
Death toll: 4,37,370
Total vaccinated: 62,29,89,134 (1,03,35,290 in last 24 hours) pic.twitter.com/6Hxp7d1Td5
ଶନିବାର ଗତ ୨୪ଘଣ୍ଟାରେ ୪୬ ହଜାର ୭୫୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୧ହଜାର ୩୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୬ ଲକ୍ଷ ୪୯ହଜାର ୯୪୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୭ହଜାର ୩୭୦ ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୮ ଲକ୍ଷ ୫୨ହଜାର ୮୦୨ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୫୯ହଜାର ୭୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
