ଦେଶରେ ଆଉ ୩୦,୯୪୧ କରୋନା ସଂକ୍ରମିତ ଚିହ୍ନଟ ଓ ୪୯୬ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଶହରୁ କମ୍ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୪,୦୫,୨୮,୬୪୪ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୫୯,୬୨,୨୮୬ଜଣଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୩୦ ତାରିଖ ସୁଦ୍ଧା ସମୁଦାୟ ୫୨,୧୫,୪୧,୦୯୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୩,୯୪,୫୭୩ଟି ନମୁନା।
India reports 30,941 fresh COVID-19 cases, 36,275 recoveries, and 350 deaths in the last 24 hours
— ANI (@ANI) August 31, 2021
Active cases: 3,70,640
Total recoveries: 3,19,59,680
Death toll: 4,38,560
Vaccination: 64,05,28,644 pic.twitter.com/dVyKCg4cep
ମଙ୍ଗଳବାର ଗତ ୨୪ଘଣ୍ଟାରେ ୩୦ ହଜାର ୯୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । କେରଳରେ ସର୍ବାଧିକ ୧୩୨ଜଣଙ୍କର କୋଭିଡ୍-୧୯ ସଂକ୍ରମଣଜନିତ ମୃତ୍ୟୁ ଘଟିଥିବା ବେଳେ ଓଡ଼ିଶାରେ ୬୭ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଦିନକରେ ୩୬ହଜାର ୨୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୭ଲକ୍ଷ ୬୮ହଜାର ୮୦୦କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୮ହଜାର ୫୬୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୯ଲକ୍ଷ ୫୯ହଜାର ୬୮୦ ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୭୦ହଜାର ୬୪୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
