ଦେଶରେ ଆଉ ୪୧,୯୬୫ କରୋନା ସଂକ୍ରମିତ ଚିହ୍ନଟ ଓ ୪୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଶହରୁ କମ୍ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୫,୪୧,୧୩,୫୦୮ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୧,୩୩,୧୮,୭୧୮ଜଣଙ୍କୁ ଟିକା ଦିଆଯାଇଛି।
India reports 41,965 new #COVID19 cases, 33,964 recoveries & 460 deaths in last 24 hours, as per Health Ministry.
— ANI (@ANI) September 1, 2021
Total cases: 3,28,10,845
Active cases: 3,78,181
Total recoveries: 3,19,93,644
Death toll: 4,39,020
Total vaccination: 65,41,13,508 (1,33,18,718 in last 24 hours) pic.twitter.com/aTNSwzEBhd
ବୁଧବାର ଗତ ୨୪ଘଣ୍ଟାରେ ୪୧ ହଜାର ୯୬୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । କେରଳରେ ସର୍ବାଧିକ ୧୩୨ଜଣଙ୍କର କୋଭିଡ୍-୧୯ ସଂକ୍ରମଣଜନିତ ମୃତ୍ୟୁ ଘଟିଥିବା ବେଳେ ଓଡ଼ିଶାରେ ୬୭ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଦିନକରେ ୩୩ହଜାର ୯୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୮ଲକ୍ଷ ୧୦ହଜାର ୮୪୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୯ହଜାର ୦୨୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୯ଲକ୍ଷ ୯୩ହଜାର ୬୪୪ ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୭୮ହଜାର ୧୨୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
