ଦେଶରେ ଆଉ ୪୭,୦୯୨ କରୋନା ସଂକ୍ରମିତ ଚିହ୍ନଟ ଓ ୫୦୯ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ସାମାନ୍ୟ ଅଧିକ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୬,୩୦,୩୭,୩୩୪ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୮୧,୦୯,୨୪୪ଜଣଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ସମୁଦାୟ ୫୨,୪୮,୬୮,୭୩୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୮୪,୪୪୧ଟି ନମୁନା।
India reports 47,092 new #COVID19 cases, 35,181 recoveries and 509 deaths in last 24 hours, as per Health Ministry
— ANI (@ANI) September 2, 2021
Total cases: 3,28,57,937
Active cases: 3,89,583
Total recoveries: 3,20,28,825
Death toll: 4,39,529
Total vaccination: 66,30,37,334 (81,09,244 in last 24 hours) pic.twitter.com/SJDvg3FQOH
ଗୁରୁବାର ଗତ ୨୪ଘଣ୍ଟାରେ ୪୭ ହଜାର ୦୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୫ହଜାର ୧୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୫୭,୯୩୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୩୯,୫୨୯ରେ ପହଞ୍ଚିଛି । ଅନ୍ୟପକ୍ଷରେ୩,୨୦,୨୮,୮୨୫ ଜଣ ସୁସ୍ଥ ହୋଇଥିବା ବେଳେ ୩,୮୯,୫୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
