ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୬୮୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୧୦,୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୫,୪୭୪ ଜଣ ସୁସ୍ଥ ହୋଇଥିବା ବେଳେ ୭,୧୮୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୦୪୦ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
