ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ରହିଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୧୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୨୪,୩୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୧୦,୧୮୩ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୦୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୧୭୫ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
