ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୫୬୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଭଦ୍ରକରେ ଜଣେ, ଖୋର୍ଦ୍ଧାରୁ ୨ ଜଣ, ଜଗତସିଂହପୁର ଜିଲାରେ ଜଣେ ଏବଂ ପୁରୀ ଜିଲାରେ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୨୫,୮୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୧୨,୧୧୬ ଜଣ ସୁସ୍ଥ ହୋଇଥିବା ବେଳେ ୫,୫୧୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୧୯୨ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
