ରାଜ୍ୟରେ ଆଉ ୪୪୭ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୮ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ରବିବାର୨୬ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୦ ଓ ସ୍ଥାନୀୟ ଅଞ୍ଚଳରୁ ୧୮୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୮ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୮ହଜାର ୪୧୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩ ଜଣ ଥିବାବେଳେ ବାଲେଶ୍ୱରରୁ ୧୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୬୨ଜଣ, ଦେଓଗଡ଼ରୁ ୨ଜଣ, ଢେଙ୍କାନାଳରୁ ୪ଜଣ, ଗଜପତିରୁ ୪ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୧୨ଜଣ, ଯାଜପୁରରୁ ୧୧ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୮ଜଣ, ଖୋର୍ଦ୍ଧାରୁ ୧୮୦ଜଣ, କୋରାପୁଟରୁ ୨ଜଣ, ମାଲକାନଗିରିରୁ ୨ଜମ, ମୟୁରଭଞ୍ଜରୁ ୧୭ଜଣ, ନୟାଗଡ଼ରୁ ୫ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୮ଜଣ, ରାୟଗଡ଼ାରୁ ୩୧ଜଣ, ସମ୍ବଲପୁରରୁ ୨୪ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୫ଜଣ ଓ ରାଜ୍ୟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୮ହଜାର ୪୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୨୫ହଜାର ୫୦୭ ଜଣ ସୁସ୍ଥ ହୋଇଥିବା ବେଳେ ୪ହଜାର ୫୮୨ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୧୫,୨୦,୪୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
