ରାଜ୍ୟର ଆଉ ୬ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବା କୁ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୬୦୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ଜଣ ରହିଥିବା ବେଳେ ଝାରସୁଗୁଡ଼ା, ଜଗତସିଂହପୁର, କଟକ, ଭଦ୍ରକ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୮୪୨୦୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
