ରାଜ୍ୟରେ ଆଉ ୧୭ କରନା ସଂକ୍ରମିତ ମୃତ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ରାଜ୍ୟରେ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହୋଇଥିଲା । ବର୍ତ୍ତମାନ ଦୈନିକ ପଜିଟିଭ୍ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ବିଗତ କିଛିଦିନ ଧରି ରାଜ୍ୟରେ ଦୈନିକ ମୃତ୍ୟୁ ସଂଖ୍ୟା ୨୦ ଉପରେ ରହୁଥିବା ବେଳେ ଆଜି ୨୦ ତଳକୁ ମୃତକ ରହିଥିବାର ଦେଖାଯାଉଛି ।
ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟାରେ ୪୯୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୧୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ଜିଲାରୁ ୭ ଜଣ ଥିବାବେଳେ ବାଲେଶ୍ବରରୁ ୬ ଜଣ, ଗଞ୍ଜାମରୁ ୨ ଜଣ, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୨୪୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୩୦୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୭୧୦୯ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଏବେ ସୁଦ୍ଧା ରାଜ୍ୟରେ ୨୮୮୨୬୧୧୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
