ରାଜ୍ୟରେ ଆଉ ୯ କରୋନା ସଂକ୍ରମିତ ମୃତ
ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା । ମୃତକଙ୍କ ମଧ୍ୟରୁ ପୁରୀ ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଁଏ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୩୬୩୯ ୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୯୧୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
