ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ମୃତ
ଭୁବନେଶ୍ୱର : ରାଜ୍ୟରେ ଖସୁଛି ସଂକ୍ରମଣ । ତଳ ମୁହାଁ କରୋନାର ଦୈନିକ ସଂକ୍ରମଣ। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟାରେ ୧୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩ ଜଣ ଥିବାବେଳେ ଖୋର୍ଦ୍ଧ, କଟକ ଓ ମାଲକାନଗିରି ଜିଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୪୭୫୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୪୫୨୦୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।
