ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୧ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୬ହଜାର ୧୧୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜିଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ଜିଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୧୯,୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୩୯,୩୭୬ ଜଣ ସୁସ୍ଥ ହୋଇଥିବା ବେଳେ ୭୮,୦୩୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୦୩୫ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
