ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୫ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୪ହଜାର ୪୬୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୬ ଜଣ ଥିବାବେଳେ କଟକରୁ ୪ ଜଣ, ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ଵର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଥିବାବେଳେ ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୫୧,୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୮୧,୪୮୮ ଜଣ ସୁସ୍ଥ ହୋଇଥିବା ବେଳେ ୫୯,୩୬୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୩୦୨ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
